Masthead

ବଦଳିଲା ଯୋଜନାର ନାଁ, ଉପକୃତ ହେବେ ଲୋକେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲୋକଙ୍କ ସହଭାଗିତାରେ ସରକାର ଚଲାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚଳିତ ବର୍ଷର ୨୪-୨୫ପୂର୍ଣ୍ଣାଙ୍ଗ ବଜେଟରେ ଏହାକୁ ପ୍ରତିପାଦିତ କରିଛନ୍ତି । ୨୦୩୬ରେ ଓଡ଼ିଶା ରାଜ୍ୟ ଗଠନର ଏକ ଶହ ବର୍ଷ ପୂର୍ତ୍ତି ହେବ। ଆଗାମୀ ଦଶନ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିକଶିତ ଓଡ଼ିଶାର ସ୍ବପ୍ନକୁ ସାକାର କରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ରାଜ୍ୟରେ ପ୍ରଥମକରି କ୍ଷମତାକୁ ଆସିଥିବା ଭାଜପା ସରକାର ବିକଶିତ ଓଡ଼ିଶାର ସ୍ବପ୍ନକୁ ପୂରଣ କରିବା ପାଇଁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରସ୍ତୁତ କରିଥିବା ବଜେଟରେ ଏଭଳି ଝଲକ ଦେଖିବାକୁ ମିଳିଛି। ଏଥିରେ କୃଷକ, ନାରୀ ଶକ୍ତି , ସାମାଜିକ ନ୍ୟାୟ, ଉତ୍ତମ ସ୍ବାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥା, ସାବଲୀଳ ଜୀବନଯାପନ, ମୌଳିକ ନାଗରିକ ସୁବିଧା, ବିକଶିତ ଗାଁ, ବିକଶିତ ସହର, ବିକଶିତ ଓଡ଼ିଶା, ଶିଳ୍ପ, ରୋଜଗାର ଓ କର୍ମନିଯୁକ୍ତି, ଓଡ଼ିଆ ଅସ୍ମିତା ଓ ଜଗନ୍ନାଥ ସଂସ୍କୃତି ଏବଂ ଲୋକଙ୍କ ପାଇଁ ସରକାର ଆଦି ୧୦ଟି ଦିଗକୁ ଗୁରୁତ୍ୱ ଦିଆଯାଇଛି।

ଏହି ବଜେଟରେ ବିଜେଡି ସରକାର ଅମଳର କେତେକ ଯୋଜନାର ନାମ ପରିବର୍ତ୍ତନ କରାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି। ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାମ ପରିବର୍ତ୍ତନ କରି ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓଡ଼ିଶା ନବୀନ ଓଡ଼ିଶାର ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓଡ଼ିଶା’, କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ୍‌ କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା