Masthead

ଆମ ଓଡ଼ିଶା ନବୀନ ଓଡ଼ିଶାକୁ ନେଇ ଶୂନ୍ୟକାଳରେ ମୁହାଁମୁହିଁ ହେଲେ ଗଣେଶ୍ୱର-ଆଶ୍ରିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆମ ଓଡ଼ିଶା ନବୀନ ଓଡ଼ିଶାକୁ ନେଇ ବାକ୍ ଯୁଦ୍ଧ । ଶୂନ୍ୟକାଳରେ ମୁହାଁମୁହିଁ ହେଲେ ଗଣେଶ୍ୱର ବେହେରା-ଆଶ୍ରିତ ପଟ୍ଟନାୟକ । ପୂର୍ବ ସରକାରଙ୍କ ଯୋଜନାର ନା ବଦଳିବା ନେଇ ଗୃହରେ ଉଦବେଗ। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା। ଗଣେଶ୍ୱର ବେହେରା କହିଛନ୍ତି ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ କାର୍ଯ୍ୟ ଠପ ହୋଇଯାଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ବିକାଶ ମୂଳକ କାମ ପାଇଁ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯିବ ନେଇ ଘୋଷଣା କରାଯାଇଥିଲା। ସରକାର ବଦଳିବା ପରେ ଏହି ଯୋଜନାରେ କୌଣସି କାର୍ଯ୍ୟା ହେଉନି। କାର୍ଯ୍ୟାଦେଶ ମିଳିବା ପରେ ବି କାମ ହେଉନି। ଯେଉଁଠି କାମ ସରିଛି ବିଲ ବି ହେଉନି ଏବେ ନୂଆ ସରକାର ବିକଶିତ ଗାଁ ବିକଶିତ ଓଡ଼ିଶା କରିଛନ୍ତି। ତେଣୁ ଏ ସଂକ୍ରାନ୍ତରେ ସରକାରଙ୍କ ସ୍ପଷ୍ଟି କରଣ ଦାବି କଲେ ବିଜେଡି ବିଧାୟକ। କେବଳ ନାଁ ପରିବର୍ତ୍ତନ କରିଦେଲେ ଗୋଲାପ ଫୁଲ ଦୁଦୁରା ଫୁଲ ହୋଇ ଯିବନି ବୋଲି କହିଛନ୍ତି ଗଣେଶ୍ୱର ବେହେରା।

ସେପଟେ ବିଧାନସଭା ଭିତରେ ଏହାକୁ କାଉଣ୍ଟର କଲେ ବିଜେପି ବିଧାୟକ ଆଶ୍ରିତ ପଟ୍ଟନାୟକ। ଆମ ଓଡ଼ିଶା ନବୀନ ଓଡ଼ିଶା ନିର୍ବାଚନ ଜିତିବା ପାଇଁ ଯୋଜନା ହୋଇଥିଲା। ନିର୍ବାଚନ ପୂର୍ବରୁ କର୍ମୀଙ୍କୁ ପଇସା ଦେଇ ନିର୍ବାଚନ ଜିତିବାକୁ ଯୋଜନା ହୋଇଥିଲା। ଆମ ଓଡ଼ିଶା ନବୀନ ଓଡ଼ିଶା ନିର୍ବାଚନରେ ଜନ ସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ କରାଯାଇଥିଲା।କର୍ମୀଙ୍କୁ ପଇସା ଦେଈ ନିର୍ବାଚନ ଜିତିବା ପାଇଁ ହୋଇଥିଲା। ଗାଁ ଭୋଟ କିଣିବା ପାଇଁ ଯୋଜନା ହୋଇଥିଲା। ନୀତି ଭ୍ରଷ୍ଟ ଓ ଦୁର୍ନୀତି ପାଇଁ କରିଥିଲା ବିଜେଡି । ଜେଇଙ୍କ ମାଧ୍ୟମରେ କୋଟି କୋଟି ଟଙ୍କା ଲୁଟ କରାଯାଇଛି। ଯାହା ପାଇଁ ଏହାର ବି ମୋହନ ସରକାର ତଦନ୍ତ କରୁଥିବା ଶୂନ୍ୟକାଳରେ ବିଜେଡିକୁ କଡ଼ା ଜବାବ ଦେଲେ ବିଜେପି ବିଧାୟକ ଆଶ୍ରିତ ପଟ୍ଟନାୟକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ