Masthead

ସରଗରମ ହେବ ବିଧାନସଭା : ୨୦୨୪-୨୫ ବଜେଟ ଉପରେ ହେବ ଆଲୋଚନା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ଷଷ୍ଠ ଦିନ । ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ। ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ଏହା ଉପରେ ଶାସକ ଓ ବିରୋଧି ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ । ସେହିପରି ଏହାରି ଭିତରେ ବିରୋଧୀଙ୍କ ହାତରେ ଲାଗିଛି ନୂଆ ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ଅଧିବେଶନ ଚାଲିଥିବା ସମୟରେ କିପରି ଗୃହ ବାହାରେ ଏକ ସରକାରୀ ଘୋଷଣା କଲେ ତାହାକୁ ନେଇ ସରକାରଙ୍କୁ ଗୃହରେ ଘେରିବେ ବିରୋଧୀ ।

ଅଗ୍ନିବୀରଙ୍କୁ ନିଯୁକ୍ତି ମିଳିବା ଘୋଷଣାକୁ ନେଇ କଂଗ୍ରେସ ଓ ବିଜେଡି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ସହ ନୀତି ଆୟୋଗ ବୈଠକରେ ସାରକତ ଦେଇଥିବା ପ୍ରସ୍ତାବକୁ ନେଇ ବିରୋଧୀ ପ୍ରସଙ୍ଗ କରିପାରନ୍ତି । ଅନ୍ୟପଟେ ଆଜି ଗୃହରେ ରହିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ ଗୁଡ଼ିକର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ। ସ୍ୱରାଷ୍ଟ୍ର,ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ,ଇଲୋକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଅର୍ଥ ଭଳି ବିଭାଗ ରହିଛି। ଗୋଟେ ଦୁଇଟି ବିଭାଗ ଛାଡିଦେଲେ ଅନ୍ୟ ମନ୍ତ୍ରାଳୟ ଗୁଡ଼ିକ ଯେହେତୁ ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରହିଛି ଗୃହ କିପରି ଚାଲୁଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା