ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍‌ପେଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍‌ପେଣ୍ଡ । କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ସସ୍‌ପେଣ୍ଡ ହୋଇଛନ୍ତି ରାଜେଶ । ଗତ ୨୭ ତାରିଖ ରାତିର ଘଟଣା ପାଇଁ ସସ୍‌ପେଣ୍ଡ କରାଯାଇଛି । ଭାରତୀୟ ପୋଲିସ ସେବା ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ରାଜେଶଙ୍କୁ ସସ୍‌ପେଣ୍ଡ କରାଯାଇଛି । ରାଜେଶ ପଣ୍ଡିତଙ୍କ ସସ୍‌ପେଣ୍ଡ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ ।

ନିଲମ୍ବନ ରାଜ୍ୟ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ । ନିଲମ୍ବନ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଆଇପିଏସ୍ ରାଜେଶ ପଣ୍ଡିତ୍ ଡିଜିଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ଛାଡି ପାରିବେନି ବୋଲି ମଧ୍ୟ କଡା ନିର୍ଦ୍ଦେଶ ରହିଛି । ଗତ ୨୭ ତାରିଖରେ ଆଇପିଏଏସ୍ ପଣ୍ଡିତ୍ କ୍ରାଇମବ୍ରାଞ୍ଚ ର ଏକ ଶାଖାରେ କାର୍ଯ୍ୟରତ ମହିଳା ଇନ୍ସପେକ୍ଟରଙ୍କ ଘରକୁ ଯାଇ ସେଠାରେ ଭଙ୍ଗାରୁଜା କରିବା ସହ ତାଙ୍କ ସ୍ୱାମୀଙ୍କୁ ମାଡ ମାରିବା ସହ ମହିଳା ଇନ୍ସପେକ୍ଟରଙ୍କୁ ବିବାହ କରିବାକୁ କହିଥିଲେ । ଏହି ଘଟଣାକୁ ନେଇ ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀ ମାମଲା ଦାଏର କରିଥିଲେ । ପୋଲିସ ଏହାକୁ ଚପାଇ ଦେବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ