Masthead

ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା: ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା। ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରୁ ବଲାଙ୍ଗୀର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ସମୁଦାୟ ବର୍ଷା ୧୦୦ରୁ ୧୫୦ ମି.ମି ହେବାକୁ ଥିବାବେଳେ ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ , ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କା ରହିଛି । ଏପରି ସ୍ଥିତିରେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ