ପ୍ରକୃତିର ବିଭୀଷିକାରେ ଛାରଖାର କେରଳର ୱାୟନାଡ

କେରଳ (ବଡ଼ ଖବର ବ୍ୟୁରୋ): କେରଳରେ ପ୍ରକୃତିର ତାଣ୍ଡବ। ୱାୟନାଡ଼ର ମେପାଡ଼ି ପାହାଡ଼ ଭୂସ୍ଖଳନ ମୃତ୍ୟୁ ସଂଖ୍ୟା ୧୫୬ ଟପିଛି। ଶତାଧିକ ଲୋକ ମାଟି ଅତଡ଼ା ତଳେ ଚାପି ହୋଇ ରହିଥିବାରୁ, ଆଗକୁ ମୃତାହତଙ୍କସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।ୱାୟନାଡ଼ର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଗୋଟିଏ ନୁହେଁ, ତିନି ତିନିଟି ଭୂସ୍ଖଳନ ଯୋଗୁଁ ସବୁକିଛି ନିଶ୍ଚିହ୍ନ ହୋଇଯାଇଛି। ଆଉ ଭୂସ୍ଖଳନ ସ୍ଥଳରୁ ସାମ୍ନାକୁ ଆସୁଛି ଗୋଟିକ ପରେ ଗୋଟିଏ ଭୟଙ୍କର, ଛାତି ଥରାଇ ଦେଲା ଭଳି ଦୃଶ୍ୟ। ମାଟିରେ ମିଶିଯାଇଛି ବିସ୍ତୀର୍ଣ୍ଣ ଜନବସତି। ଧୋଇ ଯାଇଛି ରାସ୍ତାଘାଟ। ସେପଟେ କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ। ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର।

କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ ହଠାତ୍ ଭୂସ୍ଖଳନ ହୋଇଥିଲେ। ଯାହା ପରେ ବିଷ୍ଣୁଙ୍କର କୌଣସି ପତ୍ତା ମିଳୁନଥିବା ବେଳେ ତାଙ୍କ ପତ୍ନୀ ସୁରକ୍ଷିତ ଥିବା ପରିବାର ଲୋକେ କହିଛନ୍ତି। ସେପଟେ ଡାକ୍ତର ସ୍ବାଧୀନ ପଣ୍ଡାଙ୍କର ମଧ୍ୟ କୌଣସି ଖୋଜ ଖବର ମିଳୁନଥିବା ଜଣାପଡ଼ିଛି। ଏପଟେ ଘଟଣାରେ ରାଜ୍ୟ ସରକାରଙ୍କ ସହାୟତା ଲୋଡ଼ିଛନ୍ତି ବିଷ୍ଣୁଙ୍କ ପରିବାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’