Masthead

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଘରେ ବସି ପାଇବେ ଚାଉଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସପ୍ତଦଶ ବିଧାନସଭା ଅଧିବେଶନର  ଅଷ୍ଟମଦିନରେ ସ୍ୱାଭିବକ ରହିଛି ବିଧାନସଭା ପ୍ରଶ୍ନକାଳ । ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଉତ୍ତର ରେ କହିଛନ୍ତି, ଯେଉଁମାନେ ପିଏଏସ୍ ଚାଉଳ ନେବାକୁ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କ ଘରେ ଚାଉଳ ପହଞ୍ଚାଇବାକୁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର । ସେହିଭଳି ଯେଉଁମାନଙ୍କ ବୟସାଧିକ୍ୟ କାରଣରୁ ଟିପ ଚି଼ହ୍ନ ଦେଇପାରୁନାହାଁନ୍ତି ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ୍ ଆଣିବେ ସରକାର ।

ସେମାନଙ୍କ ପାଖକୁ ଯାଇ ସେମାନଙ୍କଠାରୁ ବାୟୋମେଟ୍ରିକ୍ସ ଗ୍ରହଣ କରାଯିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହାପରେ ତତ୍କାଳୀନ ବିଜେଡି ସରକାରଙ୍କ ବିରୁଦ୍ଧରେ ବିଧାନସଭାରେ ସାଙ୍ଘାତିକ ଅଭିଯୋଗ ଆଣିଲେ ମନ୍ତ୍ରୀ । କହିଲେ, ବିଜେଡି ସରକାରଙ୍କ ଅମଳରେ ଧନୀ ଲୋକ ନେତାଙ୍କୁ ହାତ କରି ନିଜ ନିଜ ପାଇଁ ରାସନ କାର୍ଡ କରିନେଇଛନ୍ତି । ଏବେ ଏହା ବିରୋଧରେ ପଦକ୍ଷେପ ନିଆଯିବ । ଉଚିତ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବା ସହ ଧନୀକ ଲୋକଙ୍କ ରାସନକାର୍ଡ କାଟ୍ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି