Masthead

ପ୍ରବଳ ବର୍ଷା ଯୋଗୁଁ ଦିଲ୍ଲୀରେ ସ୍ଥିତି ବେହାଲ, ରେଡ୍ ଆଲର୍ଟ ଜାରି

ନୂଆଦିଲ୍ଲୀ (ବଡ଼ଖବର ବ୍ୟୁରୋ): ଉବୁଟୁବୁ ରାଜଧାନୀ । ପ୍ରବଳ ବର୍ଷାରେ ବେହାଲ ଦିଲ୍ଲୀ । ଭୟଙ୍କର ବର୍ଷା ପରେ ସୃଷ୍ଟି ହୋଇଛି ଜଳ ପ୍ରଳୟ ସ୍ଥିତି । ପ୍ରବଳ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜୀବନ। ଗତକାଲି ସଂଧ୍ୟାରେ ପ୍ରବଳ ବର୍ଷା ହୋଇଥିଲା। ଭୀଷଣ ବର୍ଷା ଯୋଗୁଁ ଦିଲ୍ଲୀର ତଳିଆ ଅଂଚଳରେ ପାଣି ଜମିଛି । ସେହିପରି ପ୍ରବଳ ବର୍ଷା ଯୋଗୁଁ ରାଜରାସ୍ତାରେ ପାଣିରେ ବୁଡ଼ିଯିବାରୁ ଟ୍ରାଫିକ ସମସ୍ୟା ଦେଖା ଦେଇଛି । ଗାଡି ଗଡିବା ତ ଦୂରରେ କଥା, ଚାଲିକି ଯିବା ବି ମୁସ୍କିଲ ହୋଇଯାଇଛି । ବିଶେଷ କରି ଦିଲ୍ଲୀ ଗାଜିଆୱାଦ ରାସ୍ତା ଓ ଗୁରୁଗ୍ରାମରୁ ଦିଲ୍ଲୀ ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ରାସ୍ତାଘାଟ ଠାରୁ ଆରମ୍ଭ କରି ବସ୍ତି ଓ ଭିଆଇପି ଅଞ୍ଚଳ ଯାଏଁ ସବୁଠି ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି । ସୂଚନା ଅନୁସାରେ ଭୀଷଣ ବର୍ଷାରେ ତିନି ଜଣ ଆହତ ହୋଇଛନ୍ତି ।

ଗାଜିପୁର ସାପ୍ତାହିକ ବଜାର ଅଂଚଳରେ ମା-ପୁଅ ଡ୍ରେନରେ ଖସିପଡି ଆହତ ହୋଇଛନ୍ତି, ତୁରନ୍ତ ତାଙ୍କୁ ଉଦ୍ଧାର କରି ମେଡିକାଲ ନିଆଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସେହିପରି ସବଜିମଣ୍ଡି ଅଂଚଳରେ ଗୋଟିଏ ଦୋକାନ ଭୁଶୁଡ଼ିପଡ଼ିବାରୁ ଜଣେ ଆହତ ହୋଇଛନ୍ତି । ଅନ୍ୟପଟେ ଆଜି ମଧ୍ୟ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଥିବାରୁ ଦିଲ୍ଲୀ ସରକାର ସମସ୍ତ ସ୍କୁଲକୁ ଛୁଟି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଗତକାଲି ବର୍ଷାରେ ଅନେକ ସ୍ଥାନରେ ଘର ଭାଙ୍ଗି ପଡିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ଦିଲ୍ଲୀକୁ ଆସୁଥିବା ପ୍ରାୟ ୧୦ଟି ବିମାନର ଗତିପଥ ବଦଳାଇବାକୁ ପଡ଼ିିଥିଲା । ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ଉପୁଜିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା