Masthead

ଘନୀଭୂତ ହେଉଛି ଲଘୁଚାପ, ପୁଣି ୬ ତାରିଖ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳ ସାଢ଼େ ୫ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡର ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼ରୁ ସମ୍ବଲପୁର ଯାଏ ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ରେ ଭାରୀ ବର୍ଷା ହେବ ।

ଆସନ୍ତା ୬ ତାରିଖରେ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ବର୍ଷା ଆହୁରି ବଢ଼ିବ । ୬ ତାରିଖ ସନ୍ଧ୍ୟାରୁ ବର୍ଷା ବଢ଼ିବ । ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ୮ ତାରିଖ ଯାଏ ବର୍ଷା ହେବ । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ । ଏହି ଲଘୁଚାପ କ୍ଷେତ୍ର ରାଜ୍ୟ ଠାରୁ ଦୂରରେ ଥିବାରୁ ଏହାର ବିଶେଷ ପ୍ରଭାବ ରହିବନି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ର ଲହୁଣୀପଡ଼ାରେ ୯୦ମିମି ବର୍ଷା ହୋଇଛି । ଟେନ୍ସାରେ ୮୩.୪ମିମି, କଟକ ମାହାଙ୍ଗାରେ ୭୮ ଓ ସୁନ୍ଦରଗଡ଼ର ବଣାଇରେ ୬୨ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ