Masthead

ଗଭୀର ଅବପାତ ରୂପ ନେଲା ଲଘୁଚାପ: ରାଜ୍ୟରେ ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରେ ସୃଷ୍ଟିହେଲା ଲଘୁଚାପ । ରାଜ୍ୟରେ ଆସନ୍ତା ୬ ତାରିଖରୁ ବର୍ଷା ପରିମାଣ ବଢ଼ିବ । ୭ରେ ପ୍ରବଳ ବର୍ଷା ହୋଇପାରେ । ୯ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବା ପରେ ବିହାର ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଉପରେ ରହିଛି । ଅନୁମାନ କରାଯାଉଛି, ଆଜି ଉତ୍ତର ଓଡ଼ିଶାର ଅନେକ ଜାଗାରେ ବର୍ଷା ହୋଇପାରେ । ଦକ୍ଷିଣରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ସୋମବାର ଅଳ୍ପ କିଛି ଜାଗାରେ ବର୍ଷା ସମ୍ଭାବନା ଅଛି । ୬ ତାରିଖରୁ ବର୍ଷା ପ୍ରକୋପ ବଢ଼ିବ । ଉତ୍ତର ଉପକୂଳରେ ଅଧିକ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ସହ ଅନୁଗୁଳ, ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ।

ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୮ ଓ ୯ରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏ ବର୍ଷ ଜୁନ୍ରେ ୧୫୬.୩ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ୱାଭାବିକଠାରୁ ୨୪% କମ୍ । ଜୁଲାଇ ମାସରେ ୩୨୦.୮ ମିମି ବର୍ଷା ରେକର୍ଡ କରାଯାଇଛି । ଏହା ସ୍ୱାଭାବିକଠାରୁ ୫.୨% କମ୍ । ଅଗଷ୍ଟ ମାସର ପ୍ରଥମ ୩ ଦିନ ଭିତରେ ୪୧.୮ ମିମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକଠାରୁ ୨୧.୪% ଅଧିକ । ଜୁନ୍ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୫୧୯ ମିମି ବର୍ଷା ହୋଇଛି । ଏହା ସ୍ୱାଭାବିକ ତୁଳନାରେ ୧୦.୩% କମ୍ । ଏତେ ବର୍ଷା ପରେ ବି ଏବେ ସୁଦ୍ଧା ୧୨ ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି