Masthead

ମୋଦି ପୁଣି ଲୋକପ୍ରିୟ ନେତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁନର୍ବାର ବିଶ୍ବର ସବୁଠାରୁ ଲୋକପ୍ରିୟ ରାଜନେତା ଭାବେ ବିବେଚିତ ହୋଇଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ୟୁକେ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମରଙ୍କୁ ପଛରେ ପକାଇ ମୋଦି ଏହି କୃତିତ୍ବ ହାସଲ କରିଛନ୍ତି। ମର୍ଣ୍ଣିଂ କନ୍‌ସଲ୍ଟ ନାମକ ଏକ ଅନ୍ତର୍ଜାତୀୟ ସଂସ୍ଥା ତରଫରୁ ଜୁଲାଇ ୮ରୁ ୧୪ ମଧ୍ୟରେ ବିଶ୍ବର ସବୁଠାରୁ ଲୋକପ୍ରିୟ ରାଜନେତା ମନୋନୟନ ପାଇଁ ଏକ ସର୍ଭେ କରାଯାଇଥିଲା। ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଆହ୍ୱାନର ସଫଳତାର ସହ ମୁକାବିଲା କରି ମୋଦି ବିଶ୍ୱବାସୀଙ୍କ ନିକଟରେ ଜଣେ ଦୃଢ଼ ନେତା ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି ।

ଏଥିସହ ସେ ଭାରତକୁ ମଧ୍ୟ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ପରିଣତ କରିଛନ୍ତି । ଅବଶ୍ୟ ଗତଥର ଅପେକ୍ଷା ଚଳିତଥର ମୋଦିଙ୍କ ଆପ୍ରୁଭାଲ ରେଟିଂ ସାମାନ୍ୟ ହ୍ରାସ ପାଇଛି । ତଥାପି ସେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି । ସେହିଭଳି ୬୦ ପ୍ରତିଶତ ଆପ୍ରୁଭାଲ ରେଟିଂ ସହ ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେ ମାନୁଆଲ ଲୋପେଜ ଓବ୍ରାଡୋର ଦ୍ୱିତୀୟ ସ୍ଥାନରେ ରହିଥିଲା ବେଳେ ସମାନ ରେଟିଂ ସହ ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିୟର ମିଲେଇ ତୃତୀୟ ସ୍ଥାନରେ ଅଛନ୍ତି । ଏହା ତଳକୁ ଯଥାକ୍ରମେ ସୁଇଜରଲାଣ୍ଡ ଫେଡେରାଲ କାଉନସିଲର ଭିଓଲା ଏମହର୍ଡ (୫୨%), ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ସିମୋନ ହାରିସ (୪୭%), ବ୍ରିଟେନ ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମର (୪୫%), ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ (୪୫%), ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ୍ (୪୨%), ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ (୪୦%) ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ (୪୦%) ରହିଛନ୍ତି ।

ଅନ୍ୟପକ୍ଷରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆପ୍ରୁଭାଲ ରେଟିଂ ୩୯ ପ୍ରତିଶତ ରହିଥିଲା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କର ୨୯ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ରେଟିଂ ରହିଛି ୨୦ ପ୍ରତିଶତ । ତେବେ ତାଲିକାର ସବୁଠାରୁ ତଳେ ରହିଛନ୍ତି ଚେକ ଗଣରାଜ୍ୟ ପ୍ରଧାନମନ୍ତ୍ରୀ ପିଟର ଫିଆଲା, ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଓ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା । କିଶିଦାଙ୍କର ଆପ୍ରୁଭାଲ ରେଟିଂ ସବୁଠାରୁ କମ୍ ୧୬ ପ୍ରତିଶତ ରହିଛି । ଜୁଲାଇ ୮ରୁ ୧୪ ମଧ୍ୟରେ ସଂଗ୍ରହ କରାଯାଇଥିବା ତଥ୍ୟ ଆଧାରରେ ଏହି ତାଲିକା ପ୍ରସ୍ତୁତ କରାଯାଇଥିବା ମର୍ଣ୍ଣିଂ କନ୍ସଲ୍ଟ ସଂସ୍ଥା ପକ୍ଷରୁ କୁହାଯାଇଛି। ହୋଇଥିବା ସର୍ଭେରେ ମଧ୍ୟ ମୋଦି ବିଶ୍ୱର ସବୁଠାରୁ ଲୋକପ୍ରିୟ ରାଜନେତା ହେବାର ସୌଭାଗ୍ୟ ହାସଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ