ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି । ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ରବିବାର ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ।

ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ହେବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ