Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି । ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ରବିବାର ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ।

ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ହେବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା