Masthead

ରାଜ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା: ଆସନ୍ତାକାଲି ଠାରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ। ରାଜ୍ୟରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା । କଟକ ସହର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା । ପାଣିପାଗକୁ ନଜରରେ ରଖି କାର୍ଯ୍ୟ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସେପଟେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବା ନେଇ ସୂଚନା ଦେଇଛି ପାରିପାଗ ବିଭାଗ । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାକୁ ୟେୱୋ ୱାର୍ଣ୍ଣିଂ ଜାରି ହୋଇଛି।

କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଏହାସହ ୭ ତାରିଖ ପାଇଁ ୬ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସମ୍ବଲପୁର ଏବଂ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରାଯାଇଛି। ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼