ହିଂସାରେ ଜଳୁଛି ବାଂଲାଦେଶ: ଭାରତ ସୀମାରେ ହାଇଆଲର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜଳୁଛି ବାଂଲାଦେଶ। ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ମେଘାଳୟରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସୀମା ସୁରକ୍ଷା ଦାୟିତ୍ବରେ ଥିବା ବିଏସଏଫ୍‌କୁ ସତର୍କତା ଜାରି କରାଯାଇଛି। ବାଂଲାଦେଶ ସଂଲଗ୍ନ ୪୦୯୬ କିମି ସୀମାରେ ମୁତୟନ ଥିବା ବିଏସଏଫ୍ ୟୁନିଟଗୁଡିକୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। କାରଣ ରାଜନୈତିକ ଅସ୍ଥିରତାର ସୁଯୋଗ ନେଇ ଆତଙ୍କବାଦୀମାନେ ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବାର ଆଶଙ୍କା ରହିଛି। ତେଣୁ ପ୍ରତିଟି ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଅନୁପ୍ରବେଶ ରୋକିବାକୁ ବିଏସଏଫ୍‌କୁ ନିର୍ଦେଶ ଦିଆଯାଇଛି। ପାଟ୍ରୋଲିଂକୁ କଡାକଡି କରିଛି ଆସାମ।

ବିଏସଏଫ୍‌ର କାର୍ଯ୍ୟକାରୀ ମହାନିର୍ଦେଶକ ଦଲଜିତ୍‌ ସିଂହ ଚୌଧାରୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସୋମବାର କଲକାତାରେ ପହଞ୍ଚି ସୀମା ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ଏହା ସହିତ ସେନା ହେଲିକପ୍ଟର ସୀମାନ୍ତ ଉପରେ ନଜର ରଖିଛି। ସଂରକ୍ଷଣ ବ୍ୟବସ୍ଥାକୁ ବିରୋଧ କରି ବାଂଲାଦେଶରେ ହିଂସାକାଣ୍ଡ ଘଟିଛି। ସେପଟେ ୟୁକେରେ ଶରଣାର୍ଥୀ ପାଇଁ ଆବେଦନ କରିବେ ଶେଖ୍ ହସିନା। ସୋମବାର ହିଣ୍ଡନ ଏୟାରବେସରେ ସେ ପହଞ୍ଚିଥିଲେ। ହିଂସାକାରୀଙ୍କ ଚାପରେ ପ୍ରଧାନମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡିଛନ୍ତି। ଚାକିରି କ୍ଷେତ୍ରରେ ସଂରକ୍ଷଣ ଉଚ୍ଛେଦ ଦାବି ବାଂଲାଦେଶର ସ୍ଥିତି ପୁରା ଓଲଟପାଲଟ କରିଦେଲା ।

ପ୍ରବଳ ବିକ୍ଷୋଭର ସମ୍ମୁଖୀନ ହେବା ପରେ ଇସ୍ତଫା ଦେଇ ଦେଶ ଛାଡ଼ି ପଳାୟନ କରିଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା । ପରିସ୍ଥିତି ଅଣାୟତ୍ତ ହେବା ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଲୁଚି ପଳାଇଛନ୍ତି । ତେବେ ହସିନା ଘରଛାଡି ପଳାଇବା ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପଶିଥିଲେ ବିକ୍ଷୋଭକାରୀ । ଆଉ ଏଠାରେ ଖୁସି ମନାଇଥିଲେ । ପ୍ରଧାନମନ୍ତ୍ରୀଙ୍କ ବେଡ ଉପରେ ଶୋଇବା ସହ ଏହାର ଭିଡିଓ ବନାଇଥିଲେ । ରୋଷେଇ ଘରେ ପଶି ମିଠା ଖାଇଥିଲେ । ଏଥିସହ ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅନେକ ଜିନିଷ ବି ବୋହିନେଇଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’