Masthead

ଜାଣନ୍ତୁ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନରେ ଭୋଟ ପ୍ରତିଶତ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ସରିଲା ୩୮-ବାଲେଶ୍ୱର ଏବଂ ୧୦୨-ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ। ମଙ୍ଗଳବାର ଏହି ଦୁଇ ବିଧାନସଭା ଆସନ ସୁରୁଖୁରୁରେ ସରିଛି ଭୋଟ ଗ୍ରହଣ। ଗଣତନ୍ତ୍ରର ମହାପର୍ବ ମତଦାନ ପ୍ରକ୍ରିୟାରେ ଉଭୟ ନିର୍ବାଚନ ମଣ୍ଡଳୀର ମତଦାତାମାନେ ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରିଥିଲେ। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ସୂଚନା ଅନୁଯାୟୀ ବାଲେଶ୍ୱର ସଦରରେ ୭୦.୬୯ ପ୍ରତିଶତ ଏବଂ ତିର୍ତ୍ତୋଲରେ ୬୯.୬୬ ପ୍ରତିଶତ ମତଦାନ ହୋଇଛି। ୨୦୧୯ ସାଧାରଣ ନିର୍ବାଚନରେ ବାଲେଶ୍ୱରରେ ୭୧.୨୯ ଏବଂ ତିର୍ତ୍ତୋଲରେ ୭୪.୦୯ ପ୍ରତିଶତ ମତଦାନ ହୋଇଥିଲା।

ଅନ୍ୟପଟେ ଅନୁପସ୍ଥିତ ଥିବା ଭୋଟରମାନଙ୍କ ପାଇଁ ପୋଷ୍ଟାଲ ବ୍ୟାଲଟ ବ୍ୟବସ୍ଥା କରାଯାଇଥିଲା। ଏହି ଶ୍ରେଣୀର ଭୋଟରଙ୍କୁ ୩ ଭାଗରେ ବିଭକ୍ତ କରାଯାଇ ମତଦାନ ବ୍ୟବସ୍ଥା କରାଯାଇଥିଲା। ୮୦ ବର୍ଷରୁ ଅଧିକ ବୟସ୍କ ନାଗରିକ, ଶାରୀରିକ ଭିନ୍ନକ୍ଷମ ଏବଂ କୋଭିଡ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କ ପାଇଁ ପୋଷ୍ଟାଲ ବ୍ୟାଲଟ ବ୍ୟବସ୍ଥା କରାଯାଇଥିଲା। ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀର ୩୧୯୩ଜଣ ଏବଂ ତିର୍ତ୍ତୋଲରେ ୧୬୩୧ଜଣ ଏହି ପୋଷ୍ଟାଲ ବ୍ୟାଲଟ ମାଧ୍ୟମରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି