Masthead

ଆଜି ଶ୍ରୀଜିଉଙ୍କ ବନକଲାଗି: ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରାବଣ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି। ଆଜି  ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କୁ ଦିବା ପହୁଡ଼ ଆଳତି କରାଯିବ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ।

ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ସମ୍ପନ୍ନ ପରେ ଠାକୁରଙ୍କୁ ମହାସ୍ନାନ ଏବଂ ବେଶ କରାଯିବ। ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ