Masthead

ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେଲେ ଭିନେଶ ଫୋଗାଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ବଡ ଝଟକା ଲାଗିଛି । ଭାରତର ଷ୍ଟାର କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କ ସ୍ୱର୍ଣ୍ଣ ଜିତିବା ସ୍ୱପ୍ନ ଭାଙ୍ଗିଗଲା । ଓଜନ ଅଧିକ ହେବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି ଭିନେଶ ଫୋଗାଟ । ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଲଢିଥାନ୍ତେ ଭିନେଶ । କିନ୍ତୁ ୫୦ କେଜିରୁ ମାତ୍ର ୧୦୦ ଗ୍ରାମ ଅଧିକ ହୋଇଥିବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି । ଏବେ ସେ ଏଥିପାଇଁ ଆବେଦନ କରିବା ଅଧିକାର ମଧ୍ୟ ହରାଇଛନ୍ତି । ମଙ୍ଗଳବାର ୩ଟି ମୁକାବିଲା ଜିତି ଭିନେଶ ଫାଇନାଲରେ ପ୍ରବେଶ କରି ଭାରତୀୟ କ୍ରୀଡାପ୍ରେମୀଙ୍କ ମନରେ ସ୍ୱର୍ଣ୍ଣ ଆଶା ସଂଚାର କରିଥିଲେ । ସେମିଫାଇନାଲରେ ସେ କ୍ୟୁବାର ଗୁଜମାନ ଲୋପେଜିଙ୍କୁ ୫-୦ରେ ପରାସ୍ତ କରିଥିଲେ । ଏହା ପୂର୍ବରୁ ଅପରାଜେୟ ବିବେଚନା କରାଯାଉଥିବା ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାପାନର ୟୁଇ ସୁସାକୀଙ୍କୁ ପରାସ୍ତ କରିଥିଲେ । ଏଥିସହ ତାଙ୍କର ଅଲିମ୍ପିକ୍ସ ପଦକ ହାସଲ ଆଶା ମଧ୍ୟ ମଉଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ