ପ୍ରତିହାରୀ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେବାରୁ ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ୍ କରାଯାଇଛି। ନୀତି ବିଶୃଙ୍ଖଳା ଅଭିଯୋଗରେ ଏହି ନୋଟିସ୍ ଜାରି ହୋଇଥିବା ସୂଚନା ମିଳିଛି। ବଡ଼ଦ୍ୱାର ପ୍ରତିହାରୀ ସେବାୟତ ଶିବଶଙ୍କର ମହାପାତ୍ରଙ୍କୁ ଏହି କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି।ଗତକାଲି ଶ୍ରୀମନ୍ଦିର ଦ୍ୱାରଫିଟାରେ ୩୫ ମିନିଟ ବିଳମ୍ବ ହୋଇଥିଲା। କେଉଁ କାରଣରୁ ଦ୍ୱାରଫିଟା ବିଳମ୍ବ ହେଲା, ଏହା ପଛରେ କେଉଁ କାରଣ ଅଛି ବୋଲି ଜବାବ ତଲବ କରିଛି ଶ୍ରୀମନ୍ଦିର ପ୍ରଶାସନ।

ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ମାଧବ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେବାରୁ ପ୍ରତିହାରୀ ସେବକଙ୍କୁ ନୋଟିସ କରାଯାଇଛି। ଏହାକୁ ମୁଁ ସ୍ୱାଗତ କରୁଛୁ। ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେଉଥିବା ଆମେ ଅଭିଯୋଗ କରିଥିଲୁ। ଯେଉଁମାନେ ନୀତି ବିଳମ୍ବ କରୁଛନ୍ତି ତାଙ୍କ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଆମେ ଦାବି କରିଥିଲୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ