Masthead

ରାଜ୍ଯରେ ୪ ଦିନ ପ୍ରବଳ ବର୍ଷା; ୯ଟି ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୧୬ ତାରିଖରେ ୫ ଜିଲ୍ଲା, ୧୭ ତାରିଖରେ ୬ଟି ଓ ୧୮ ତାରିଖରେ ୫ ଜିଲ୍ଲାକୁ ସତର୍କ କରାଯାଇଛି। ବର୍ତ୍ତମାନ ରାଜ୍ୟରେ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଉତ୍ତର-ପୂର୍ବ ରାଜସ୍ଥାନ ଦେଇ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଏହାସହ ଝାଡଖଣ୍ଡ ଏବଂ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ଆକାଶ ମେଘାଛନ୍ନ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୁତ ହେଉଛି । ତାପମାତ୍ରା ୩୦ ରୁ ୩୪ ଡିଗ୍ରୀ ମଧ୍ୟରେ ରେକର୍ଡ ହେଉଥିବା ବେଳେ ଆଦ୍ରତା ୭୦ ରୁ ୮୦ ପ୍ରତିଶତ ରହୁଛି। ପ୍ରଭାବରେ ହାଲୁକା ବର୍ଷା ସତ୍ତ୍ବେ ଅସହ୍ୟ ହେଉଛି ଗୁଳୁଗୁଳି । ବାୟୁମଣ୍ଡଳରେ ଅଚାନକ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଉଥିବାରୁ କିଛି ସ୍ଥାନରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି