Masthead

୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ହୋଇଛି ସ୍ୱତନ୍ତ୍ର ଆୟୋଜନ । ଭୁବନେଶ୍ୱର ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ । ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ । ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା । ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି । ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଓଡ଼ିଶାବାସୀ ସ୍ବାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ ।  ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ । ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି । ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ ସ୍ୱାଧୀନତା ଦିବସ ଲାଗି ସଜେଇ ହୋଇଛି ମହାତ୍ମା ଗାନ୍ଧି ମାର୍ଗ । ନୂଆ ବୋହୂ ରୂପ ନେଇଛି ରାଜଧାନୀ ଭୁବନେଶ୍ୱର। ସବୁଠି ସୁନ୍ଦର ଆଲୋକ ମାଳାରେ ସଜା ଯାଇଛି । ନୀଳ ନାଲି ଆଲୁଅରେ ଝଟକୁଛି ରାଜଧାନୀ। ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା, ପୋଲିସ କମିଶନରେଟ ମୁଖ୍ୟାଳୟ ସଜେଇ ହୋଇଛି । କୃଷି ଭବନ, ଲୋକ ସଂପର୍କ ଭବନ ଏବଂ ରାସ୍ତାଘାଟକୁ ମଧ୍ୟ ଆଲୋକରେ ସଜେଇ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ