ବରୀରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ବରୀ (ବଡ଼ ଖବର ବ୍ୟୁରୋ):  ଆଜି ଦେଶ ପାଳୁଛି ୭୮ ତମ ସ୍ୱାଧୀନତା ଦିବସ ଯାହାକୁ ନେଇ ଉତ୍ସବ ମୁଖର ସାରା ଭାରତ । ଗାଁଠୁ ସହର ପୁରଠୁ ପଲ୍ଲୀ ସବୁଠି ଉତ୍ସଵ ମୁଖର । ଆଜି ବରୀ ବ୍ଲକରେ ମଧ୍ୟ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଯୋଗଦେଇ ପତାକା ଉତୋଳନ କରିଥିଲେ। ପରେ ବରୀ ବିଡ଼ିଓ ଏବିଡିଓ ସ୍ଵାଧୀନତା ଦିବସ ଉପରେ ବକ୍ତବ୍ୟ ଦେବା ସହ ସଂଗ୍ରାମୀଙ୍କ ବଳିଦାନ, ତ୍ୟାଗକୁ ଆଦର୍ଶ ରୂପରେ ଭାବି ଆଗକୁ ବଢ଼ିବାକୁ ଆଗାମୀ ପିଢ଼ିଙ୍କୁ କହିଥିଲେ । ସେହିପରି ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ବିଧାୟକ ଶ୍ରୀଯୁକ୍ତ ମଲ୍ଲିକ ପତାକା ଉତୋଳନ କରିବା ସହ ପିଲା ମାନଙ୍କୁ ସ୍ଵାଧୀନତା ଦିବସ ଉପରେ ଆଲୋକପାତ କରିଥିଲେ। ବରୀ ବ୍ଲକର ସମସ୍ତ ସରକାରୀ ବେସରକାରୀ କାର୍ୟ୍ୟାଳୟରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ