Masthead

ଜମି ଜବରଦଖଲକୁ ନେଇ ଦାବିପତ୍ର

ଟାଙ୍ଗି-ଚୌଦ୍ୱାର, (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଟାଙ୍ଗି-ଚୌଦ୍ୱାର ଅଞ୍ଚଳରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଜମି ଜବରଦଖଲ ସମସ୍ୟା। ଟାଙ୍ଗି-ଚୌଦ୍ୱାର ତହସିଲ ଅନ୍ତର୍ଗତ ଆଗ୍ରାହାଟ ପଞ୍ଚାୟତରେ ଥିବା ଶହ ଶହ ଏକର ଗୋଚର ଅନାବାଦୀ ଜମିକୁ କିଛି ମଫିଆ ଓ ସରକାରୀ କର୍ମଚାରୀଙ୍କ ମଧୁଚନ୍ଦ୍ରିକାରେ ଜବରଦଖଲ କରିବାକୁ ପ୍ରୟାସ କରାଯାଇଥିଲା। ଏହାକୁ ଗ୍ରାମବାସୀ କିଛିଦିନ ତଳେ ବିରୋଧ କରିବା ସହ ଏ ସମ୍ପର୍କରେ ଚୌଦ୍ୱାର ଥାନା, ଜଗତପୁର ତହସିଲଦାର ଏବଂ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ଜମିରେ ସ୍ଥାନୀୟ ଲୋକେ ଗାଈଗୋରୁ ଚରାଇବା ସହ ପିଲାମାନେ ଖେଳକୁଦ କରିଥାନ୍ତି। ଏହାସହ ଏହି ସ୍ଥାନରେ ଶବଦାହ ମଧ୍ୟ କରାଯାଇଥାଏ। କିନ୍ତୁ ଏହାକୁ କିଛି ବ୍ୟକ୍ତି ନିଜ ସ୍ୱାର୍ଥ ପାଇଁ ବିକ୍ରି କରିବାକୁ ଯୋଜନା କରିଛନ୍ତି।

ଅନ୍ୟପଟେ ଦାବିପତ୍ର ପ୍ରଦାନ କରାଯିବାର ଅନେକ ଦିନ ବିତିଯାଇଥିଲେ ମଧ୍ୟ ପ୍ରଶାସନର ନିରବତାକୁ ନେଇ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଆଜି ଗ୍ରାମର ମହିଳାମାନେ ଏହାର ବିଧିବଦ୍ଧ ତଦନ୍ତ ସହ ସତ୍ୟାସତ୍ୟ ଉନ୍ମୋଚନ ପାଇଁ ଆରଡିସି, ଜିଲ୍ଲାପାଳ, ତସିଲଦାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ଏହା ଉପରେ ପ୍ରଶାସନ ପକ୍ଷରୁ କୌଣସି ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ ସେମାନେ ରାଜରାସ୍ତା ଅବରୋଧ କରିବା ସହ ତହସିଲ ଅଫିସ ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ