Masthead

ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର । ୨/୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମୌସୁମୀ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିଥିବା ବେଳେ ଲଘୁଚାପ ଯୋଗୁ ଏହାର ପରିମାଣ ଅଧିକ ବଢ଼ିପାରେ।

ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ। ଏହି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼