Masthead

ଆଜିଠାରୁ ବିଧାୟକଙ୍କ ୨ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ବିଧାନସଭାର ନୂଆ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବିଧାନସଭା ପରିସରରେ ହେବ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଓଡ଼ିଶାର ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ମଧ୍ୟ ସାମିଲ ହୋଇ ଅଭିଜ୍ଞତା ବାଣ୍ଟିବେ। କାର୍ଯ୍ୟକ୍ରମକୁ ଆସିବାକୁ ବିଜେଡିର ଦୁଇଜଣ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ତେବେ ଗୃହର ଗରିମା ନଷ୍ଟ ହେଉଥିବା ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି।

କଂଗ୍ରେସ ମଧ୍ୟ ଓରିଏଣ୍ଟେସନ କାର୍ଯ୍ୟକ୍ରମକୁ ନ ଆସିବାକୁ ଘୋଷଣା କରି ସାରିଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ୟ୍ୟକ୍ରମ ହୁଏ। ସେହି କ୍ରମରେ ଏହା ଆୟୋଜନ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୁଏ। ସେହି କ୍ରମରେ ଏହା ଆୟୋଜନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା