Masthead

ଶିକ୍ଷକ ନିଯୁକ୍ତି ଦାବିରେ ଗେଟରେ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଜରଡ଼ା ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଶତାଧିକ ଛାତ୍ରଛାତ୍ରୀ ଓ ଅଭିଭାବକ । ନୂତନ ଶିକ୍ଷକ ନିଯୁକ୍ତି ଦାବିରେ ଧାରଣା ଦେଲେ ଗ୍ରାମବାସୀ ଓ ଛାତ୍ରଛାତ୍ରୀ । ସୂଚନା ଅନୁସାରେ ଜରଡ଼ା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢାହୋଇଥାଏ । ଏଠାରେ ମୋଟ ଉପରେ ୧୨୫ ଜଣ ଛାତ୍ରଛାତ୍ରୀ ଥିବାବେଳେ ଦୁଇ ଜଣ ଶିକ୍ଷକ ପିଲାମାନଙ୍କ ପାଇଁ ଶିକ୍ଷାଦାନ କରୁଛନ୍ତି । କିନ୍ତୁ ଅନେକ ସମୟରେ ସେହି ଦୁଇଜଣ ଶିକ୍ଷକଙ୍କ ମଧ୍ୟରୁ ଜଣେ ଛୁଟିରେ ଗଲେ ଛାତ୍ରଛାତ୍ରୀଙ୍କ ପାଠପଢାରେ ଅନେକ ସମସ୍ୟା ଦେଖାଯାଉଛି ।

ଏ ସମ୍ପର୍କରେ ସ୍କୁଲ କମିଟି ଗ୍ରାମବାସୀମାନେ କଙ୍କଡାହାଡ଼ ବ୍ଲକ ଶିକ୍ଷାଅଧିକାରୀ, ଢେଙ୍କାନାଳ ଜିଲ୍ଲା ଶିକ୍ଷାଅଧିକାରୀ ଓ ଜିଲ୍ଲାପାଳଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ହୋଇପାରିନାହିଁ । ଫଳରେ ଅତିଷ୍ଠ ହୋଇ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଗ୍ରାମବାସୀମାନେ ସ୍କୁଲ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି । ପ୍ରଶାସନ ତରଫରୁ ବିଦ୍ୟାଳୟରେ ନୂତନ ଶିକ୍ଷକ ନିଯୁକ୍ତି କରାନଗଲେ ଆଗାମୀ ଦିନରେ ମଧ୍ୟ ସ୍କୁଲକୁ ବନ୍ଦ କରାଯିବା ନେଇ ଗ୍ରାମବାସୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି