Masthead

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ । ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବୟାନ ‘ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି । ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି । ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା ଚାଲିଛି । ମାଗଣା ପ୍ରସାଦ ବଣ୍ଟନ ପାଇଁ ବିଭିନ୍ନ ଦାତାଙ୍କ ସହ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତ ଅବଢ଼ା ଟିକିଏ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି। ଏହ ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛି । ପ୍ରତ୍ୟେକ ଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଥିବା ବେଳେ ପର୍ବ ପର୍ବାଣୀ ଦିନରେ ଦୁଇ ଅଢେଇ ଲକ୍ଷ ଭକ୍ତ ଆସିଥାନ୍ତି।

ସେମାନଙ୍କୁ କିଭଳି ଭାବରେ ମାଗଣା ମହାପ୍ରସାଦ ଯୋଗାଇ ଦିଆଯାଇପାରିବ ସେନେଇ ରୂପରେଖ ଦେବାକୁ ପ୍ରଚେଷ୍ଟା ଚାଲିଥିବା ବେଳେ ବିଭିନ୍ନ ଦାତାଙ୍କ ସହ ଆଲୋଚନା ମଧ୍ୟ ଚାଲିଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ସୁରେଶ ମହାପାତ୍ର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବେଳେ ଏହି ବ୍ୟବସ୍ଥା ଲାଗୁ କରିଥିଲେ। ଏଥି ପ୍ରତି ଜନ ସମର୍ଥନ ବଢିବାରୁ ଶ୍ରୀମନ୍ଦିର ପ୍ରଶାସନ ମାଗଣା ମହାପ୍ରସାଦ ସେବାକୁ ବୃହତ ଆକାରରେ କରିବା ପାଇଁ ନିଷ୍ପତ୍ତି ନେଇଥିଲା। ଏଥି ନିମନ୍ତେ ଶେଷଥର ୨୦୧୮-୧୯ ଆର୍ଥିକ ବଜେଟରେ ଦେଢ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା। ମାତ୍ର କୋଭିଡ୍ ପରଠୁ ଆଉ ଭକ୍ତଙ୍କୁ ମାଗଣା ମହାପ୍ରସାଦ ଦିଆଯାଉନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି