Masthead

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨ ଦିନ ପାଇଁ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶର ଦକ୍ଷିଣ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ୧୯ ତାରିଖ ସୁଦ୍ଧା ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ ବୋଲି ଆକଳନ କରାଯାଇଛି । ସେହିଭଳି ୨୦ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ରବିବାର ଭଦ୍ରକ ଓ ଯାଜପୁରରେ ୩୦ ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି