Masthead

ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୩ ତାରିଖରେ ମୋଦି ୟୁକ୍ରେନ୍ ଯାଇ ରାଷ୍ଟ୍ରପତି ଭ୍ଲୋଡିମିର ଜେଲେନସ୍କିଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ଅବସରରେ ୨ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ସହଯୋଗ ଉପରେ ଆଲୋଚନା ହେବ।

୩୦ ବର୍ଷ ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ୟୁକ୍ରେନ୍‌ରେ ପହଞ୍ଚିବେ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ମସ୍କୋରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିବାର ପ୍ରାୟ ମାସେ ପରେ ମୋଦି ୟୁକ୍ରେନ୍‌ ଗସ୍ତ କରିବେ। ଶେଷଥର ପାଇଁ ସେ ଗତ ଜୁନ୍‌ରେ ଇଟାଲୀରେ ଅନୁଷ୍ଠିତ ହୋଇଥିବା ଜି-୭ ସମ୍ମିଳନୀରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ତେବେ ୟୁକ୍ରେନ୍‌ ଗସ୍ତ ପୂର୍ବରୁ ମୋଦି ଅଗଷ୍ଟ ୨୧ ଓ ୨୨ରେ ପୋଲାଣ୍ଡ ଗସ୍ତ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ