Masthead

ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ: ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ । ବିଭିନ୍ନ ରାଜ୍ୟରେ ସକାଳୁ ପିକେଟିଂ, ରାସ୍ତାରୋକ । ସଂରକ୍ଷଣ ବଚାଓ କମିଟି ପକ୍ଷରୁ ଭାରତ ବନ୍ଦ ଡାକରାରେ ବିଶେଷ କରି ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ରାସ୍ତା ଘାଟରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ପିକେଟିଂ କାରଣରୁ ଗାଡ଼ି ମୋଟର ଚଳାଚଳ ଉପରେ ଏହାର ପ୍ରଭାବ ପଡ଼ିବ। ତେବେ ଏହି ବନ୍ଦ ସମୟରେ ହସ୍ପିଟାଲ, ଆମ୍ବୁଲାନ୍ସ ସେବା, ସରକାରୀ ସେବା ଗୁଡ଼ିକ ଜାରି ରହିବ। ସରକାରୀ ସହ ଘରୋଇ ସଂସ୍ଥା, ବ୍ୟାଙ୍କ, ସ୍କୁଲ, କଲେଜ, ପେଟ୍ରୋଲ ପମ୍ପ ଖୋଲା ରହିପାରେ । ଅନଲାଇନ୍ ବ୍ୟାଙ୍କିଙ୍ଗ୍ ସେବା ଏବଂ ଏଟିଏମ୍ ଗୁଡ଼ିକ ଖୋଲା ରହିବ। ଅନ୍ୟପଟେ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ, ଖାରବେଳ ଭବନ,ରାଜୀବ ଭବନ ଓ ଅନ୍ୟ ପ୍ରମୁଖ ବିଭାଗର କର୍ମଚାରୀଙ୍କୁ ସକାଳ ୯ଟା ୩୦ ସୁଦ୍ଧା ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି କିଛି ପ୍ରତିଷେଧକମୂଳକ ପଦକ୍ଷେପ ନେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସୁରକ୍ଷା ଦୃଷ୍ଟିରୁ ଲୋକସଭା ଭବନର ସମ୍ମୁଖ ଗେଟ୍ ୧୦ଟା ୧୫ରେ ବନ୍ଦ ହେବ । ସମସ୍ତ ପାସ୍ ପଛ ଫାଟକ ଦେଇ ନିୟନ୍ତ୍ରିତ ହେବ । ରେଡ ବିଲଡିଂ ଓ ମେନ ଲୋକସେବା ଭବନ ବିଲଡିଂ ମଧ୍ୟରେ ସଂଯୋଗ ଗେଟ ଖୋଲା ରହିବ। ପରିଚୟ କାର୍ଡ, କର୍ମଚାରୀ ଏବଂ ପରିଦର୍ଶକ ପାସର ସୁରକ୍ଷା ଯାଂଚକୁ କଡାକଡି କରାଯିବ । କୌଣସି ଅଘଟଣ ଘଟିଲେ ଜଣାଇବାକୁ ଫୋନ ନମ୍ବର ଜାରି କରାଯାଇଛି । ପରିଦର୍ଶକଙ୍କ ପ୍ରବେଶ ସୀମିତ ରହିବ, ଆବଶ୍ୟକ ସ୍ଥଳେ ତୁରନ୍ତ ଏଂଟ୍ରି ପାସ୍ ଦିଆଯିବାର ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି