Masthead

ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୪ ଓ ୨୫ ଦୁଇ ଦିନ ଧରି ରାଜ୍ୟର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି।

ତେବେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ୨୪ତାରିଖରୁ ବଢ଼ିବ ବର୍ଷାର ପରିମାଣ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ