Masthead

ଜେଲେନସ୍କିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁକ୍ରେନ୍ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯୁଦ୍ଧ ପରେ ପ୍ରଥମ ଗସ୍ତରେ ଯାଇ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଯୁଦ୍ଧ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ୟୁକ୍ରେନ ଗସ୍ତ ପୂର୍ବରୁ ମୋଦି କହିଛନ୍ତି ଯେ ବର୍ତ୍ତମାନର ସମୟ ଯୁଦ୍ଧର ସମୟ ନୁହେଁ। ତେବେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୱାରସ୍‌ରେ ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହିତ ଦ୍ବିପାକ୍ଷିକ କଥାବାର୍ତ୍ତା କରିଛନ୍ତି। ମୋଦି ଫେଡେରାଲ ଚାନ୍ସଲରୀରେ ପହଞ୍ଚିବା ପରେ ଡୋନାଲ୍ଡ ଟସ୍କ ତାଙ୍କୁ ସ୍ୱାଗତ କରିଥିଲେ।

ଦୁଇ ନେତା ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଥିଲେ। ଭାରତ-ପୋଲାଣ୍ଡ ସମ୍ପର୍କର ଗୁରୁତ୍ୱକୁ ଦୃଷ୍ଟିରେ ରଖି ନେତାମାନେ ଏହି ସମ୍ପର୍କକୁ ‘ରଣନୈତିକ ଭାଗୀଦାରି’ ରେ ପରିଣତ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଣିଜ୍ୟ ଓ ପୁଞ୍ଜିନିବେଶ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ପ୍ରତିରକ୍ଷା ଓ ନିରାପତ୍ତା, ସାଂସ୍କୃତିକ ସହଯୋଗ ଏବଂ ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କ ସମେତ ଦ୍ୱିପାକ୍ଷିକ ଭାଗୀଦାରିର ବିଭିନ୍ନ ଦିଗ ଉପରେ ସେମାନେ ବିସ୍ତୃତ ଆଲୋଚନା କରିଥିଲେ। ଖାଦ୍ୟ ପ୍ରକ୍ରିୟାକରଣ, ସହରାଞ୍ଚଳ ଭିତ୍ତିଭୂମି, ଜଳ, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ବୈଦ୍ୟୁତିକ ଯାନ, ସବୁଜ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଏଆଇ, ଖଣି ଏବଂ ସ୍ୱଚ୍ଛ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଅର୍ଥନୈତିକ ଏବଂ ବ୍ୟାବସାୟିକ ସହଯୋଗ ପାଇଁ ଗୁରୁତ୍ୱପୂର୍ଣ୍ଣ ସୁଯୋଗ ରହିଛି ବୋଲି ଦୁଇ ନେତା ସହମତ ହୋଇଥିଲେ।

ଦୁଇ ଦେଶର ଲୋକଙ୍କ ମଧ୍ୟରେ ସମ୍ପର୍କ ଏବଂ ସାଂସ୍କୃତିକ ସମ୍ପର୍କକୁ ଗଭୀର କରିବା ଉପରେ ନେତାମାନେ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ ସେମାନେ ଜାମନଗରର ମହାରାଜା ଏବଂ କୋହ୍ଲାପୁରର ରାଜ ପରିବାରର ଉଦାରତା ଆଧାରରେ ଦୁଇ ଦେଶ ମଧ୍ୟରେ ସ୍ଥାପିତ ଅନନ୍ୟ ବନ୍ଧନ ଉପରେ ଆଲୋକପାତ କରିଥିଲେ। ୟୁକ୍ରେନ୍ ଏବଂ ପଶ୍ଚିମ ଏସିଆରେ ସଂଘର୍ଷ ସମେତ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ନେତାମାନେ ଆଲୋଚନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ