Masthead

ଆଜି ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ୪ ଘଣ୍ଟା ପାଇଁ ମିଳିବନି ଜାଗା ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ