Masthead

ଆଜିଠୁ ବଢ଼ିବ ବର୍ଷା, ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ବର୍ଷା ବଢ଼ିବ । ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ୭୦ରୁ ୧୧୦ମିମି ପଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଲଘୁଚାପ ରୂପ ନେବ । ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

ସୋମବାର ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ସେହି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶନିବାର ଝାରସୁଗୁଡ଼ାରେ ୨୮.୪, ସୁନ୍ଦରଗଡ଼ରେ ୧୯, ଯାଜପୁରରେ ୧୫, ନୂଆପଡ଼ା ଓ ଢେଙ୍କାନାଳରେ ୧୧.୪ ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା