Masthead

ଆଜିଠୁ ବଢ଼ିବ ବର୍ଷା, ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ବର୍ଷା ବଢ଼ିବ । ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ୭୦ରୁ ୧୧୦ମିମି ପଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଲଘୁଚାପ ରୂପ ନେବ । ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

ସୋମବାର ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ସେହି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶନିବାର ଝାରସୁଗୁଡ଼ାରେ ୨୮.୪, ସୁନ୍ଦରଗଡ଼ରେ ୧୯, ଯାଜପୁରରେ ୧୫, ନୂଆପଡ଼ା ଓ ଢେଙ୍କାନାଳରେ ୧୧.୪ ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ