ପ୍ରାର୍ଥୀ ତାଲିକା ଜାରି କଲା ବିଜେପି

ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁକାଶ୍ମୀରରେ ଆସନ୍ତା ସେପ୍ଟେମ୍ଵର ୧୮ ତାରିଖରୁ ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ, ୨୩ ତାରିଖରେ ଦ୍ଵିତୀୟ ପର୍ଯ୍ୟାୟ ଏବଂ ଅକ୍ଟୋବର ୧ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ଵିତୀୟ ପର୍ଯ୍ୟାୟ ପାଇଁ ୧୦, ତୃତୀୟ ପର୍ଯ୍ୟାୟ ପାଇଁ ୧୯ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଦଳ।

ଏହି ପ୍ରାର୍ଥୀ ତାଲିକାରୁ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ନିର୍ମଳ ସିଂହ ବାଦ ପଡିଛନ୍ତି। ପରବର୍ତ୍ତୀ ତାଲିକାରେ ତାଙ୍କ ନାମ ଆସିପାରେ ବୋଲି ଚର୍ଚ୍ଚା ହେଉଛି। ଏହି ପ୍ରାର୍ଥୀ ତାଲିକାରେ ଥିବା ପ୍ରମୁଖ ଚେହେରାଗୁଡ଼ିକ ହେଲେ ରାଜପୋରାରୁ ଅର୍ଶିଦ ଭଟ୍ଟ, ଶୋପିଆଁରୁ ଜାବେଦ ଅହମ୍ମଦ କାଦରୀ, ଅନନ୍ତନାଗ ପଶ୍ଚିମରୁ ମହମ୍ମଦ ରଫିକ ବାନି, ଅନନ୍ତନାଗରୁ ଆଡଭୋକେଟ ସୟଦ ୱଜାହତ, ଶିଶତୱାଡରୁ ଶଗୁନ ପରିହାର, ଡୋଡାରୁ ଗଜୟ ସିଂହ ରାଣା, ପମ୍ପୋରାରୁ ସୟଦ ଶୌକତ ଗୟୁର ଅନ୍ଦ୍ରାବି, ବିଜବେହରାରୁ ସୋଫି ୟୁସୁଫ, ଅନନ୍ତନାଗ ପୂର୍ବରୁ ବୀର ସରାଫ, ଜାମ୍ମୁ ପୂର୍ବରୁ ଯୁଦ୍ଧବୀର ସେଠି, ଜାମ୍ମୁ ପଶ୍ଚିମରୁ ଅରବିନ୍ଦ ଗୁପ୍ତା, ଜାମ୍ମୁ ଉତ୍ତରରୁ ଶାମ ଲାଲ ଶର୍ମା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ