Masthead

ବିଜେପିରେ ଯୋଗଦେବେ ଚମ୍ପାଇ ସୋରେନ୍! ଶାହାଙ୍କ ସହ ମିଟିଂ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ଜେଏଏମ୍ ନେତା ଚମ୍ପାଇ ସୋରେନ୍ ଖୁବ୍ ଶୀଘ୍ର ବିଜେପିରେ ସାମିଲ ହେବେ । ଆସାମ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ହିମନ୍ତ ବିଶ୍ୱଶର୍ମା ଏ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ଚମ୍ପାଇ ସୋରେନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ ପରେ ଆସାମ ସିଏମ ଏହି ଦାବି କରିଛନ୍ତି । ସେ କହିଛନ୍ତି ଯେ ଚମ୍ପାଇ ଏହି ସପ୍ତାହରେ ବିଜେପିରେ ଯୋଗଦେବେ । ଚମ୍ପାଇ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଥିଲେ ।

ଏହାପରେ ଆସନ୍ତା ୩୦ ତାରିଖରେ ରାଞ୍ଚିରେ ସେ ବିଜେପିରେ ଯୋଗଦେବେ ବୋଲି ସୂଚନା ମିଳିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବ୍ୟତୀତ ଚମ୍ପାଇ ସୋରେନ ଏବଂ ପୁଅ ବାବୁଲାଲ ସୋରେନ ମଧ୍ୟ ଗତକାଲି ଶାହାଙ୍କ ସହ ସାକ୍ଷାତ ସମୟରେ ଉପସ୍ଥିତ ଥିଲେ । ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନିଜେ ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରି କହିଛନ୍ତି ଯେ ଚମ୍ପାଇ ସୋରେନ ବିଜେପିରେ ଯୋଗଦେବାକୁ ଯାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ