Masthead

ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ୩ ଘଣ୍ଟା ପାଇଁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ଆଲର୍ଟ । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ । କେନ୍ଦ୍ରୀୟ-ପୂର୍ବ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୨୯ ଓ ୩୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ୨୮ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।

୨୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ୪୮ ଘଣ୍ଟା ରହିବ । ଅଗଷ୍ଟ ୩୧ ତାରିଖ ବା ସେପ୍ଟେମ୍ବର ୧ ତାରିଖରେ ଏହା ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ର ଉପକୂଳରେ ରହି ଦକ୍ଷିଣ ଛତିଶଗଡ଼ ଆଡ଼କୁ ମୁହାଁଇପାରେ । ୩୧ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହୋଇପାରେ । କିନ୍ତୁ ରାଜ୍ୟରେ ଭାରୀ ବର୍ଷାର ସମ୍ଭାବନା ନାହିଁ । ଅବିଭକ୍ତ କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବାର ସମ୍ଭାବନା ନାହିଁ ବୋଲି ଡ. ପଶୁପାଳକ ସ୍ପଷ୍ଟ କରିଛନ୍ତି । ଭୁବନେଶ୍ୱରରେ ୨୮ରୁ ୩୧ ତାରିଖ ଯାଏ ପ୍ରତିଦିନ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଦକ୍ଷିଣ ଆଭ୍ୟନ୍ତରରେ ୨୮ରୁ ସେପ୍ଟେମ୍ବର ୧ ତାରିଖ ଯାଏ ସବୁଦିନ ବର୍ଷା ହେବ । ୩୧ ତାରିଖରୁ ଆନ୍ଧ୍ରପ୍ରଦେଶରେ ଅତିପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ