Masthead

ଅଭୟାଙ୍କ ନ୍ୟାୟ ଦାବି ମୁଖ୍ୟମନ୍ତ୍ରୀଙ୍କ ଅଫିସ ଘେରିବ ଛାତ୍ର ସଂଗଠନ

କୋଲକତା (ବଡ଼ ଖବର ବ୍ୟୁରୋ): କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଖୋଳତାଡ଼ କରୁଛି ସିବିଆଇ। ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ। ସେପଟେ ସଞ୍ଜୟ ପଲିଗ୍ରାଫ୍ ଅର୍ଥାତ ଲାଇ ଡିଟେକସନ୍ ଟେଷ୍ଟ କରାଯାଇଛି । ଅନ୍ୟପଟେ ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ଟିଏମସି ସରକାର ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନର ଡାକରା ଦେଇଛି ଛାତ୍ର ସଂଗଠନ ।

କୋଲକାତାରେ ବିଶାଳ ଜନ ସମାବେଶର ଡାକରା ଦେଇଛି ଛାତ୍ର ସମାଜ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍ ‘ନବାନ୍ନ’ ଘେରାଉ କରିବେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ। ବିନା କୌଣସି ରାଜନୈତିକ ବ୍ୟାନରରେ ଏହି ବିକ୍ଷୋଭର ଡାକରା ଦିଆଯାଇଛି। ପ୍ରଥମଥର ପାଇଁ ଏତେ ସଂଖ୍ୟାରେ ଲୋକେ ମମତା ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇବେ।

ଯାହାର ପ୍ରଭାବ ଏବେଠୁ ଦେଖା ଦେଲାଣି। କୋଲକାତାକୁ ସଂଯୋଗ କରୁଥିବା ସବୁ ପ୍ରବେଶ ପଥକୁ ସିଲ୍ କରି ଦିଆଗଲାଣି। ଏହାର ସିଧା ପ୍ରଭାବ ଓଡ଼ିଶାକୁ ଆସୁଥିବା ଯାତ୍ରୀଙ୍କ ଉପରେ ପଡ଼ିଛି। କାରଣ କୋଲକାତାରୁ ରାତିରେ ଓଡ଼ିଶାକୁ ବସ୍ ଆସୁଛି ଓ ସକାଳେ ଓଡ଼ିଶା ପଟୁ ବସ୍ କୋଲକାତା ଯାଉଛି । ଟ୍ରାଫିକ ଜାମ୍ ହେବା ଫଳରେ ଲୋକେ ଘଣ୍ଟା ଘଣ୍ଟା ଧରି ଫସିବା ଆଶଙ୍କା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ