Masthead

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା; ପ୍ରବଳ ବର୍ଷା ନେଇ ସତର୍କତା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଆଡ଼େ ମୁହାଁଇବ। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ଏହା ପହଞ୍ଚିବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ତେବେ ସେସବୁ ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା। ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ ।

ସେହିପରି ଏହି ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହି ସବୁ ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପ୍ଟେମ୍ବର ପହିଲାରୁ ବର୍ଷା ପ୍ରଭାବ ରାଜ୍ୟରେ କମିବ। ଏହି ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ପ୍ରବଳ ବର୍ଷା ଯୋଗୁଁ ଆଗକୁ ଦୃଶ୍ୟମାନ କମ ରହିବ। ସହରାଞ୍ଚଳଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲ୍ଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା