Masthead

ଆଇପିଏସ୍‌ ରାଜେଶ ପଣ୍ଡିତଙ୍କ ବିରୋଧରେ ଚାର୍ଜସିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କ ପାଇଁ ବଢିଲା ଅଡୁଆ। ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ରାଜେଶଙ୍କ ପାଇଁ ବଢିଲା ଅଡୁଆ । ତାଙ୍କୁ ଗୃହ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଭାଗ ତାଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ କରିଛି। ୩୦ ଦିନ ମଧ୍ୟରେ ନିଜର ପକ୍ଷ ରଖିବାକୁ ଗୃହ ବିଭାଗ ରାଜେଶଙ୍କୁ ନୋଟିସ କରିଛି। ତାଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ ଆସିଛି ସେସବୁର ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି ।

ନିର୍ଦ୍ଧାରିତ ସମୟ ଭିତରେ ପକ୍ଷ ନ ରଖିଲେ ଏକ ପାଖିଆ ନିଷ୍ପତ୍ତି ନେଇ ଗୃହ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ନୋଟିସରେ ଦର୍ଶାଯାଇଛି। ସୂଚନାଥାଉ କି, ଜୁଲାଇ ୨୭ ତାରିଖ ରାତିରେ ଆଇପିଏସ ରାଜେଶ ପଣ୍ଡିତ ଜଣେ ମହିଳା ଆଇଆଇସିଙ୍କ ଘରକୁ ଯାଇ ଦୁର୍ବ୍ୟବହାର କରିଥିଲେ। ମହିଳା ଆଇଆଇସିଙ୍କ ସ୍ବାମୀଙ୍କୁ ମାଡ଼ ମାରିବା ନେଇ ଅଭିଯୋଗ ହୋଇଥିଲା । ଘଟଣା ଜଣା ପଡିବା ପରେ ଆଇପିଏସ ରାଜେଶ ପଣ୍ଡିତଙ୍କୁ ନିଲମ୍ବିତ କରିଥିଲେ ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ