Masthead

CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଧାହେଲେ CHSE ରେକର୍ଡ ସପ୍ଲାୟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସର କାର୍ଯ୍ୟାନୁଷ୍ଠାନ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ଭୁବନେଶ୍ବରରେ ୨ଟି ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ହୋଇଥିଲା । ସରକାରୀ କାର୍ଯ୍ୟାଳୟ ଓ ପଟିଆ ସ୍ଥିତ ଘର, ଭୁବନେଶ୍ବର କାନନ ବିହାର ସ୍ଥିତ ୪ ମହଲା ଘରେ ରେଡ୍ ହୋଇଥିଲା । ଭୁବନେଶ୍ବର ସାମନ୍ତରାପୁର ଅଫିସ ଓ ଜଗତସିଂହପୁର କେଉପଡ଼ା ସ୍ଥିତ ପୈତୃକ ବାସଭବନରେ ବି ଚଢ଼ାଉ ହୋଇଥିଲା । ପୁରେନ୍ଦ୍ରଙ୍କ ଘରୁ ଛାନଭିନ ବେଳେ ମିଳିଛି ୧୬ ବେନାମୀ ଜମି ପଟ୍ଟା । ପୁରେନ୍ଦ୍ରଙ୍କ ଭୁବନେଶ୍ବରରେ ରହିଛି ବହୁତଳ କୋଠା । ପାଖାପାଖି ୧୭ ଲକ୍ଷ ଟଙ୍କାର ବ୍ୟାଙ୍କ ଓ ବୀମା ଜମା ମଧ୍ୟ ଠାବ ହୋଇଛି । ନଗଦ ୧.୭୦ ଲକ୍ଷ ଟଙ୍କା ଓ ୨ଟି ଚାରିଚକିଆ ଯାନ ମଧ୍ୟ ଜବତ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ କରାଯାଇଥିଲା । ଗିରଫ ପରେ ପୁରେନ୍ଦ୍ର ସେଠୀଙ୍କୁ ଆଜି କୋର୍ଟ ଚାଲାଣ କରାଯିବ। ରେଡରେ ୩ଜଣ ଡିଏସପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ , ୫ ଜଣ ଏସଆଇ ଓ ଅନ୍ୟ ଅଧିକାରୀ ସାମିଲ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି