Masthead

୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ; ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ରେଡ ଆଲର୍ଟ ଜାରି କରାଯାଇଛି । ଶୁକ୍ରବାର କୋରାପୁଟ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ବର୍ତ୍ତମାନ ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ମୁହାଁ ହେବ । ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ । ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ସତର୍କ କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ଏସ୍ଆରସି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଲୋକଙ୍କୁ ପକ୍କା ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ଆବଶ୍ୟକ ସ୍ଥଳେ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଏହି ସବୁ ଜିଲ୍ଲାପାଳଙ୍କୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ସମୟରେ ତଳି ଅଞ୍ଚଳରେ ଜଳବନ୍ଦୀ, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା, କଚା ଘର ଭାଙ୍ଗିବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାର ଜିଲ୍ଲାପାଳ, ପୌର ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ନବରଙ୍ଗପୁର, ରାୟଗଡା, ଗଞ୍ଜାମକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଟୁଇନ୍ ସିଟି କଟକ ଭୁବନେଶ୍ୱରରେ ବି ଲାଗିରହିଛି ପ୍ରବଳ ବର୍ଷା । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗି ରହିବ ବର୍ଷା । ବର୍ଷା ସମୟରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୩୦ ଓ ୩୧ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି