Masthead

ଆଜିଠୁ ‘ସୁଭଦ୍ରା’ ଯୋଜନାର ପଞ୍ଜୀକରଣ; ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ୟ୍ୟାପ୍ତ ପରିମାଣର ‘ସୁଭଦ୍ରା’ ଯୋଜନା ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଆଜି ଠାରୁ ଏହି ଫର୍ମ ଉପଲବ୍ଧ ହେବା ସହ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବା ମାଗଣା ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ୟ୍ୟାଳୟ, ପୌରାଞ୍ଚଳ କାର୍ୟ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ୟ୍ୟାପ୍ତ ପରିମାଣରେ ମିଳିବ । ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ ।

ଏହି ଯୋଜନା ନେଇ କୌଣସି ବିଭ୍ରାନ୍ତିକର ଖବର ଦ୍ୱାରା ପ୍ରଭାବିତ ନ ହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ତେବେ ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୟୁଟ୍ୟୁବରେ ଲାଇଭ୍ ଆସି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଆଲୋଚନା ସହ ଜରୁରି ସୂଚନା ଦେଇଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବାକୁ ସରକାର “ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇସାରିଛି । ଏଥିରେ ପ୍ରାୟ ୧ କାଟିରୁ ଊଦ୍ଧ୍ୱର୍ ମହିଳା ଉପକୃତ ହୋଇପାରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା