Masthead

ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରବ ସାଗରରେ ଘୂର୍ଣ୍ଣିଝଡ଼, ବଙ୍ଗୋପସାଗରରେ ଅବପାତ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ । ଆସନ୍ତାକାଲି ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଆଲର୍ଟ । ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ସମୁଦ୍ରରେ ୪ ଦିନ ରହି ବଳ ଜୁଟାଇବା ପରେ ଅବପାତରେ ପରିଣତ ହେବ ।

ଏହାର ପ୍ରଭାବରେ ୭ ଓ ୮ ତାରିଖ ଦୁଇ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଅବପାତ ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରିରେ ଏହା ବିଶାଖପାଟଣା ଓ ଗୋପାଳପୁର ମଝିରେ ଅତିକ୍ରମ କରିବ ।

ଅବପାତ ପ୍ରଭାବରେ ବିଜୟୱାଡ଼ା, ହାଇଦ୍ରାବାଦ ଓ ସୋଲାପୁର ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଡ. ପଶୁପାଳକ କହିଛନ୍ତି । ଅବପାତ ପାଇଁ ରାଜ୍ୟରେ ଆସନ୍ତା ତିନି ଦିନ ଯାଏ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ପାଣିପାଗ ବିଭାଗର ଆକଳନ କହୁଛି, ରବିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼