ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରବ ସାଗରରେ ଘୂର୍ଣ୍ଣିଝଡ଼, ବଙ୍ଗୋପସାଗରରେ ଅବପାତ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ । ଆସନ୍ତାକାଲି ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଆଲର୍ଟ । ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ସମୁଦ୍ରରେ ୪ ଦିନ ରହି ବଳ ଜୁଟାଇବା ପରେ ଅବପାତରେ ପରିଣତ ହେବ ।

ଏହାର ପ୍ରଭାବରେ ୭ ଓ ୮ ତାରିଖ ଦୁଇ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଅବପାତ ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରିରେ ଏହା ବିଶାଖପାଟଣା ଓ ଗୋପାଳପୁର ମଝିରେ ଅତିକ୍ରମ କରିବ ।

ଅବପାତ ପ୍ରଭାବରେ ବିଜୟୱାଡ଼ା, ହାଇଦ୍ରାବାଦ ଓ ସୋଲାପୁର ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଡ. ପଶୁପାଳକ କହିଛନ୍ତି । ଅବପାତ ପାଇଁ ରାଜ୍ୟରେ ଆସନ୍ତା ତିନି ଦିନ ଯାଏ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ପାଣିପାଗ ବିଭାଗର ଆକଳନ କହୁଛି, ରବିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’