Masthead

ଆସୁଛି ଆଉ ଏକ ଲଘୁଚାପ, ୫ରୁ ପୁଣି ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୫ ରୁ ୭ ତାରିଖ ଯାଏ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୩ ରୁ ୫ ତାରିଖ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ। ବର୍ଷା ଆଗାମୀ ୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ।

କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୁଖ୍ୟତଃ ଶୁଖିଲା ପାଗ ରହିବ । ୫ ତାରିଖରେ ପାଗରେ ପରିବର୍ତ୍ତନ ଆସିବା ସହ ସେହିଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହେବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୬ ପାଇଁ ମଧ୍ୟ ବିଭିନ୍ନ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି ହୋଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ସ୍ୱାଭାବିକ ବର୍ଷା ୯୩୧. ୯ ମିମି ତୁଳନାରେ ୮୩୭.୬ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକଠାରୁ ୧୦ ପ୍ରତିଶତ ନିଅଣ୍ଟିଆ ରହିଛି । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ