Masthead

ଶିକ୍ଷକ ଅଭାବ, ସ୍କୁଲ ଗେଟରେ ତାଲା ପକାଇଲେ ଛାତ୍ରଛାତ୍ରୀ

ବାହାନଗା (ବଡ଼ ଖବର ବ୍ୟୁରୋ); ବିଦ୍ୟାଳୟର ଶିକ୍ଷକ ଅଭାବ ନେଇ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଶତାଧିକ ଛାତ୍ରଛାତ୍ରୀ। ଘଟଣା ଅନୁସାରେ ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ କୁଳିଗାଁ ପଞ୍ଚାୟତ ଗମ୍ଭାରୀଆ ଗ୍ରାମରେ ଥିବା ନବକୁମାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନରୁ ଶିକ୍ଷକ ଅଭାବ ନେଇ ବାରମ୍ବାର ଜିଲ୍ଲା ଶିକ୍ଷା ବିଭାଗରେ ଅବଗତ କରାଇଥିଲେ। ମାତ୍ର ଏ ପର୍ଯ୍ୟନ୍ତ ଶିକ୍ଷକ ନିଯୁକ୍ତି ହୋଇପାରିନାହିଁ।

ଏଥି ନେଇ ଆଜି ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଏସଏମସି କମିଟିର ସଦସ୍ୟମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଦୀର୍ଘ ଦିନ ହେବ ଶିକ୍ଷକ ନିଯୁକ୍ତି ନହେବାରୁ ଆଜି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଉଗ୍ରରୂପ ଦେଖିବାକୁ ମିଳିଥିଲା । ଘଟଣା ବାବଦରେ ଅତିରିକ୍ତ ସହ ଶିକ୍ଷା ଅଧିକାରୀ ବଳରାମ ନାୟକ ଓ କ୍ଲଷ୍ଟର ସିଆରସିସି ସଞ୍ଜୟ ସ୍ୱାଇଁ ବିଦ୍ୟାଳୟ ପରିସରରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରି ଆସନ୍ତା ୧୫ ତାରିଖ ସୁଧା ନୂତନ ଶିକ୍ଷକ ବିଦ୍ୟାଳୟକୁ ଯୋଗାଇ ଦେବାର ପ୍ରତିଶ୍ରୁତି ଦେବାପରେ ଧାରଣା ପ୍ରତିହୃତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି