Masthead

ବରସୁଆଁ ଲୌହ ଖଣିରେ ସିବିଆଇ ରେଡ୍

କୋଇଡା (ବଧ ଖବର ବ୍ୟୁରୋ): ଟେନସା ସ୍ଥିତ ସେଲ୍ ଆର୍.ଏସ୍.ପି ପରିଚାଳିତ ବରସୁଆଁ ଲୌହଖଣିରେ ସିବିଆଇ ଚଢ଼ାଉ । ସୂଚନା ମୁତାବକ ବିଗତ ଦୁଇ ତିନୋଟି ଆର୍ଥିକ ବର୍ଷରେ ସେଲ୍ ଆର୍.ଏସ୍.ପି ପରିଚାଳିତ ବରସୁଆଁ ଲୌହ ପଥର ଖଣି ବାରସୁଆଁ ଭେଲି ଟେଲିଙ୍ଗଡ୍ୟାମରେ ଗଚ୍ଛିତ ଥିବା ଲକ୍ଷ ଲକ୍ଷ ମେଟ୍ରିକ୍ ଟନ୍ ଲୌହ ପଥର ଗୁଣ୍ଡକୁ ଖଣି ବିଭାଗ ନିୟମ ଅନୁଯାୟୀ ବାରସୁଆଁ ଖଣି ପକ୍ଷରୁ ଷ୍ଟାକ୍ ପ୍ରସ୍ତୁତ କରାଯାଇ ଥାଏ । ପରେ ସ୍ଥାନୀୟ କୋଇଡା ଖଣି ବିଭାଗ ଦ୍ଵାରା ଉକ୍ତ ଷ୍ଟାକର ମାନ ନିରୁପଣ କରି ସେଲ୍ ପକ୍ଷରୁ ଉକ୍ତ ଷ୍ଟାକ୍ ବାବଦ ରାଜସ୍ୱ ପୈଠ କରାଯିବା ପରେ ଉକ୍ତ ଷ୍ଟାକକୁ ବିଭିନ୍ନ କ୍ରେତାଙ୍କୁ ବିକ୍ରୟ କରାଯାଇ ଥାଏ ।

ତେବେ ଅନେକ ସମୟରେ ଖଣି ବିଭାଗ ପକ୍ଷରୁ ଅନେକ ଷ୍ଟାକକୁ ଉଚ୍ଚ ମାନର ଦର୍ଶାଇ ଥିବା ବେଳେ ଉକ୍ତ ଷ୍ଟାକକୁ ନିମ୍ନମାନର ଲୌହ ପଥର ଦର୍ଶାଇ ସେଲ୍ ବରସୁଆଁ ଲୌହ ପଥର ଖଣିର କର୍ତ୍ତୃପକ୍ଷ ବିଭିନ୍ନ କ୍ରେତାଙ୍କୁ ବିକ୍ରୟ କରିଚାଲିଥିଲେ । ତେବେ ଉକ୍ତ ବିଷୟ ସେଲର ଭିଜିଲାନ୍ସ ବିଭାଗ ନଜରରେ ଆସିବା ଏବଂ ଏହା ଶହ ଶହ କୋଟି ଟଙ୍କାର ହେର୍ ଫେର ହୋଇଥିବାରୁ ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସିବିଆଇକୁ କେସ ହସ୍ତାନ୍ତର କରାଯାଇଥିଲା ।

ଯାହା ଫଳରେ ଏବେ ୩ ଦିନ ହେବ ସିବିଆଇ ପକ୍ଷରୁ ଉକ୍ତ ଘଟଣା ସମ୍ପର୍କରେ ବରସୁଆଁ ଲୌହ ଖଣି ଟେନସା ସ୍ଥିତ କାର୍ଯ୍ୟାଳୟରେ ସମସ୍ତ ଖୋଳତାଡ ଜାରିରହିଥିବା ବେଳେ ଏଥିରେ ସଂପୃକ୍ତ ଥିବା ସମସ୍ତ ଅଧିକାରୀଙ୍କୁ ଜେରା ପାଇଁ ଆଜି ସିବିଆଇ ପକ୍ଷରୁ ଡକା ଯାଇଛି । ଏଥିରେ ପୂର୍ବତନ ଏଜିକ୍ୟୁଟିଭ ଡାଇରେକ୍ଟର ପି.କେ ରଥଙ୍କ ସମେତ ଖଣି ମ୍ୟାନେଜର ସୁନନ୍ଦ ପରିଡ଼ା, ବି ଆର୍ ମଣ୍ଡଲ , ପି.ସି ବରୁଆଙ୍କୁ ଜେରାର ସମ୍ମୁଖିନ ହେବେ ବୋଲି ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା