Masthead

୩ ବିଜେଡି ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରେଭେନ୍ସାରେ ମଶାଲ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ ଘଟଣା। ବୁଧବାର ଅନୁଷ୍ଠିତ ହୋଇଥିବା ମଶାଲ ଶୋଭାଯାତ୍ରାରେ ଗଣ୍ଡଗୋଳକୁ ନେଇ ମାଲଗୋଦାମ ଥାନାରେ ଅଭିଯୋଗ ହୋଇଛି। ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କ ନାଁରେ ମାମଲା ରୁଜୁ ହୋଇଛି । ରେଭେନ୍ସା ଛାତ୍ରଙ୍କ ଅଭିଯୋଗ ପରେ ମାଲଗୋଦାମ ଥାନାରେ ମାମଲା ହୋଇଥିବା ସୂଚନା ମିଳିଛି । । ତା ସହିତ ବିଜେଡି ନେତା ଲେନିନ୍ ମହାନ୍ତି ଓ ଜଣେ ବିଜୁ ଛାତ୍ର ନେତାଙ୍କ ନାଁରେ ବି ମାମଲା ହୋଇଛି । ମାଡ଼ ମାରିବା ସହ ଧମକଚମକ ଦେବା ଅଭିଯୋଗରେ ସେମାନଙ୍କ ନାମରେ ମାମଲା ହୋଇଥିବା ଜଣାପଡ଼ିଛି ।

ଅଭିଯୋଗ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରେଭେନ୍ସା ନାମ ପରିବର୍ତ୍ତନ ମନ୍ତବ୍ୟକୁ ବିରୋଧ କରି ପୁରାତନ ଛାତ୍ରଙ୍କ ପକ୍ଷରୁ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଏଥିରେ ବ୍ୟୋମକେଶ ରାୟ, ଲେନିନ ମହାନ୍ତି, ବବି ଖାନ୍ ପ୍ରମୁଖ ଏବିଭିପିର ସଦସ୍ୟ ତଥା ଛାତ୍ର ଶ୍ୟାମ ସୁନ୍ଦର ସାହୁଙ୍କୁ ମାଡ଼ ମାରିବା ସହ ଗାଲିଗୁଳଜ କରିଥିବା ଅଭିଯୋଗ ହୋଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଅଣଛାତ୍ରଙ୍କ ପ୍ରବେଶକୁ ବିରୋଧ କରି ଏବିଭିପି ପକ୍ଷରୁ ରେଭେନ୍ସା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିବା ବେଳେ ଏହି ଘଟଣା ଘଟିଥିଲା ବୋଲି କୁହାଯାଇଛି । ଅନ୍ୟପଟେ ଛାତ୍ର ସିଦ୍ଧାର୍ଥ ଷଡ଼ଙ୍ଗୀଙ୍କ ପକ୍ଷରୁ ଦାୟର ପାଲଟା ଅଭିଯୋଗକୁ ନେଇ ମଧ୍ୟ ପୁଲିସ ଆଉ ଏକ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା